ଖୋର୍ଦ୍ଧା ଆଦର୍ଶ ଥାନା ପୁଲିସ୍ କରିଛି ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା:(ପ୍ରିୟଙ୍କା ମହାପାତ୍ର) ଖୋର୍ଦ୍ଧା ଆଦର୍ଶ ଥାନା ପୁଲିସ ପକ୍ଷରୁ ନଶା କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଆଉ ଏକ ସଫଳତା ମିଳିଛି। ଗଡ଼ଦ୍ୱାର ସାହି ତାରିଣୀ ମନ୍ଦିର ନିକଟରେ ଚଢ଼ାଉ କରି ପୁଲିସ ୧୫୦ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।ପୁଲିସ ଜବତ କରିଥିବା ବ୍ରାଉନସୁଗାରର ଆନୁମାନିକ ବଜାର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଗିରଫ ଅଭିଯୁକ୍ତଙ୍କୁ ଅଦାଲତରେ ହାଜର କରାଯିବା ସହ ଘଟଣାରେ ଆଉ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ, ସେନେଇ ପୁଲିସ ଅଧିକ ତଦନ୍ତ ଜାରି ରଖିଛି।ଖୋର୍ଦ୍ଧା ଅଞ୍ଚଳରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୁଲିସ ପକ୍ଷରୁ ଏଭଳି ସ୍ୱତନ୍ତ୍ର ଚଢ଼ାଉ ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ସୂଚନା ମିଳିଛି।
