November 3, 2026

ପଟ୍ଟାଙ୍ଗିର ମାଳିପୁଟରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି* ୩୭ଟି ଅଭିଯୋଗ ଗ୍ରହଣ, ୩ଟିର ତତ୍କାଳ ସମାଧାନ

IMG-20261102-WA0107
Share

 

ପଟ୍ଟାଙ୍ଗି, ୦୨.୧୧.୨୦୨୬: କୋରାପୁଟ ଜିଲ୍ଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ମାଳିପୁଟ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି।

 

ଶିବିରରେ ମୋଟ ୩୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୩୦ଟି ଗୋଷ୍ଠୀଗତ ଓ ୭ଟି ବ୍ୟକ୍ତିଗତ ଅଭିଯୋଗ ଥିବାବେଳେ ୩ଟିର ତତ୍କାଳ ସମାଧାନ କରାଯାଇଥିଲା।

 

ଆର୍ଥିକ ସହାୟତା, ଘର ପଟ୍ଟା, ଜମିଜମା ବିବାଦ, ପାନୀୟ ଜଳ, ସ୍ୱାସ୍ଥ୍ୟସେବା, ରାସ୍ତା ଓ ବିଦ୍ୟୁତ୍‌ ସମସ୍ୟା ନେଇ ଲୋକେ ଅଭିଯୋଗ କରିଥିଲେ। ଜିଲ୍ଲାପାଳ ସମସ୍ତ ଅଭିଯୋଗ ଶୁଣିବା ସହ ଅବଶିଷ୍ଟ ଅଭିଯୋଗଗୁଡ଼ିକର ତ୍ୱରିତ ଓ ନିୟମାନୁଯାୟୀ ସମାଧାନ ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

 

ଏହି ଶିବିରରେ ଉପଜିଲ୍ଲାପାଳ, କୋରାପୁଟ ସୁଶ୍ରୀ ଫାବି ରଶିଦ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ (ASP) ଶ୍ରୀ ମନୋଜ ପୂଜାରୀ, ପଟ୍ଟାଙ୍ଗି ପଞ୍ଚାୟତ ସମିତି ଅଧ୍ୟକ୍ଷ, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, କୋରାପୁଟ ଶ୍ରୀ ବେଣୁଧର ଶବରଙ୍କ ସମେତ ବିଭିନ୍ନ ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।କୋରପୁଟ ଜ଼ିଲ୍ଲା ପ୍ରତିନିଧି ଶ୍ରୀ ହରିଶ କୁମାର ପଟ୍ଟନାୟକ ଙ୍କ ରିପୋର୍ଟ ନିୟୁସ ଉପାନ୍ତ ଖବର l

You may have missed