ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳାର ପୂର୍ବ ପ୍ରସ୍ତୁତି ବୈଠକ
ଅଦ୍ୟ ତା.୦୬-୦୮-୨୦୨୬ରିଖ ଗୁରୁବାର ଦିନ ବରଗଡ଼ ଜିଲ୍ଲା ଭେଡେନ ଥାନା ଅନ୍ତର୍ଗତ ଖୁଣ୍ଟୁଲିପାଲି ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ସଂକୁଳ ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ମାନଙ୍କର ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳାର ଏକ ପୂର୍ବ ପ୍ରସ୍ତୁତି ବୈଠକ ସଂକୁଳ ସଂଯୋଜକ ଶ୍ରୀଯୁକ୍ତ ଅଶ୍ବିନୀ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ତଥା ସଂକୁଳ ପ୍ରମୁଖ ଡା.ବିବେକାନନ୍ଦ ପଣ୍ଡାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏ ଅବସରରେ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଭୋଜରାଜ ଦୁଆନ୍ ପରିଚୟ ପ୍ରଦାନ କରିଥିବା ବେଳେ ଶ୍ରୀଯୁକ୍ତ ଅଶ୍ବିନୀ କୁମାର ବାରିକ ବୈଠକ ପରିଚାଳନା କରିଥିଲେ। ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳାର ପୂର୍ବ ପ୍ରସ୍ତୁତି ତଥା ବିଭିନ୍ନ ଦାୟିତ୍ୱ ବଣ୍ଟନ କରାଯାଇଥିଲା। ଉକ୍ତ ବୈଠକରେ ଶ୍ରୀଯୁକ୍ତ ଅଶୋକ କୁମାର ଧର, ଶ୍ରୀଯୁକ୍ତ ଶିବାନନ୍ଦ ଦାଶ,ଶ୍ରୀଯୁକ୍ତ ନରେନ୍ଦ୍ର ରଣା, ଶ୍ରୀଯୁକ୍ତ ମକୁନ୍ଦ ମହାରଣା,ଶ୍ରୀମାନ୍ ରିଙ୍କୁ କୁମାର ଦାଶ ଓ ଶ୍ରୀଯୁକ୍ତ କ୍ଷୀରେନ୍ଦ୍ର ରଣା ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ପରିଶେଷରେ ଶ୍ରୀଯୁକ୍ତ ଶଙ୍କର୍ଷଣ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର ସେବିକା ମାନେ ସାହାଯ୍ୟ ଓ ସହଯୋଗ କରିଥିଲେ।
