ଶହୀଦ ଅଗ୍ନିଶମ କର୍ମଚାରୀ ଚନ୍ଦନ ପଟ୍ଟନାୟକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ସହାୟତା
ଅନୁଗୋଳ: ତାଳଚେର: ଅଗ୍ନିଶମ ବିଭାଗର ଶହୀଦ କର୍ମଚାରୀ ଚନ୍ଦନ ପଟ୍ଟନାୟକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୧ କୋଟି ୨୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଏହା ସହିତ ପରିବାରର ଜଣେ ସଦସ୍ୟଙ୍କୁ ସରକାରୀ ଚାକିରି ପ୍ରଦାନ କରିବାର ଘୋଷଣା ମଧ୍ୟ କରାଯାଇଛି।
ଏହି ଅବସରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶହୀଦ ଚନ୍ଦନ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ତାଙ୍କର ଅଦମ୍ୟ ସାହସ ଓ କର୍ତ୍ତବ୍ୟନିଷ୍ଠାକୁ ସ୍ମରଣ କରିଥିଲେ। ସରକାର ଶହୀଦଙ୍କ ପରିବାର ସହ ସର୍ବଦା ରହିବ ବୋଲି ସେ ପ୍ରକାଶ କରିଥିଲେ।
