ଗଜପତି:- ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମ
ଗଜପତି ଜିଲ୍ଲା ଆର୍.ଉଦୟଗିରି ସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଆଜି ଗ୍ରାମମୁଖୀ ପ୍ରଶାସନ ଅଧୀନରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ, ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରାକେଶ କୁମାର ସାହୁ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭାଗବତ ସାମଲ କଲ୍ୟାଣରାଓ, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଯୋଗ ଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ।
ଉକ୍ତ ଶିବିରରେ ମୋଟ ୧୬ ଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୪ଟି ବ୍ୟକ୍ତିଗତ ଏବଂ ୧୬ଟି ଗ୍ରାମଭିତ୍ତିକ ସମସ୍ୟା ସମ୍ପର୍କିତ ଅଭିଯୋଗ ରହିଥିଲା। ସେଥିମଧ୍ୟରୁ ଦୁଇ ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୨୦ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଅନ୍ୟ ସମସ୍ତ ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦିଆ ଯାଇଥିଲା ।
ଉକ୍ତ ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ କାର୍ଡ, ଶିକ୍ଷା, ଜଳସେଚନ, ରାସ୍ତା, ସ୍ୱାସ୍ଥ୍ୟ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣ ଅଭିଯୋଗ ଆସିଥିଲା।
ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ଆର.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ଲକ୍ଷ୍ମୀନାରାୟଣ ଶବର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲରୀମେନ୍ ଖରସେଲ୍, ତହସିଲଦାର ଶ୍ରୀ ଜ୍ୟୋତିର୍ମୟ ଦାଶଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧି ମାନେ ଉପସ୍ଥିତ ଥିଲେ।
—————————————–:
ଗଣେଶ କୁମାର ରାଜୁ
ପାରଳାଖେମୁଣ୍ଡି(ଗଜପତି)
——————————————
