October 13, 2026

ଚିତ୍ରକୋଣ୍ଡା ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି: ୫୧ଟି ଅଭିଯୋଗ ମଧ୍ୟରୁ ୩ଟିର ସଦ୍ୟ ସମାଧାନ

IMG-20261012-WA0048
Share

 

 

*ମାଲକାନଗିରି, ୧୨/୧୦/୨୬:*

 

ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଏକ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ମାଲକାନଗିରି ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦାଶରଥି ସରାବୁ ଏବଂ ମାଲକାନଗିରି ଉପ-ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ଶୁଣାଣି କରିଥିଲେ।

ଏହି ଶିବିରରେ ସ୍ଥାନୀୟ ଅଞ୍ଚଳର ଲୋକଙ୍କଠାରୁ ମୋଟ ୫୧ଟି ଅଭିଯୋଗ ପତ୍ର ସଂଗୃହୀତ ହୋଇଥିଲା। ସେଥିମଧ୍ୟରୁ ୨୩ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ହୋଇଥିବା ବେଳେ ୨୮ଟି ବିଭିନ୍ନ ଗ୍ରାମ୍ୟ ତଥା ସାମୂହିକ ସମସ୍ୟା ସମ୍ପର୍କିତ ରହିଥିଲା। ଉପସ୍ଥିତ ଅଧିକାରୀମାନଙ୍କ ଦ୍ବାରା ଘଟଣାସ୍ଥଳରେ ହିଁ ୩ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିବା ବେଳେ ଅବଶିଷ୍ଟ ୪୮ଟି ଆବେଦନକୁ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ସମ୍ପୃକ୍ତ ବିଭାଗକୁ ପଠାଯାଇଛି। ଶିବିରରେ ମୁଖ୍ୟତଃ ଗ୍ରାମୀଣ ଗୃହ ନିର୍ମାଣ, ପାନୀୟ ଜଳ ଯୋଗାଣ, ଗମନାଗମନ, ସାମାଜିକ ସୁରକ୍ଷା ଭତ୍ତା ଏବଂ ଅନ୍ୟାନ୍ୟ ଜନହିତକର ଯୋଜନା ସମ୍ପର୍କିତ ଦାବିପତ୍ର ପ୍ରଶାସନ ନିକଟରେ ଉପସ୍ଥାପନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଚିତ୍ରକୋଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରିତା କୁମାର ଙ୍କ ସମେତ ଜିଲ୍ଲାର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ବିଭିନ୍ନ ବିଭାଗର ପ୍ରତିନିଧିମାନେ ଉପସ୍ଥିତ ରହି ଶୁଣାଣି ପ୍ରକ୍ରିୟାରେ ସହଯୋଗ କରିଥିଲେ।

You may have missed