ବିଜେପୁର ବ୍ଲକ ରେ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନବ
ରପାଲି : (ସୁଦାମ ଦୀପ)ସାମାଜିକ ସୁରକ୍ଷା ଯୋଜନାକୁ ଅଧିକ ସୁଦୃଢ଼ କରିବା ସହ ଯୋଗ୍ୟ ହିତାଧିକାରୀଙ୍କୁ ସରକାରୀ ସହାୟତା ପହଞ୍ଚାଇବା ଦିଗରେ ଆଉ ଏକ ପଦକ୍ଷେପ ନିଆଯାଇଛି। ଶନିବାର ବିଜେପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ବିଜେପୁର ବିଧାୟକ ସନତ କୁମାର ଗଡ଼ତିଆ ଯୋଗଦେଇ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ।ଦୀର୍ଘଦିନ ଧରି ଭତ୍ତା ପାଇବାକୁ ଅପେକ୍ଷା କରିଥିବା ହିତାଧିକାରୀମାନେ ଏହି ସୁବିଧା ପାଇବା ପରେ ସେମାନଙ୍କ ମଧ୍ୟରେ ଆନନ୍ଦ ଓ ଉତ୍ସାହ ପ୍ରକାଶ ପାଇଥିଲା। ଏହାଦ୍ୱାରା ବହୁ ଯୋଗ୍ୟ ହିତାଧିକାରୀଙ୍କ ଦୀର୍ଘଦିନର ପ୍ରତୀକ୍ଷାର ଅନ୍ତ ଘଟିବା ସହ ସେମାନଙ୍କ ଜୀବନରେ ନୂଆ ଆଶା ସଞ୍ଚାର ହୋଇଛି। ଏହି ଅବସରରେ ବିଜେପୁର ବିଧାୟକ ସନତ କୁମାର ଗଡ଼ତୀୟା, ବିଡିଓ ସରୋଜ ବିଶ୍ୱାଳ , ବ୍ଲକ ଅଧ୍ୟକ୍ଷ ଜୟକୃଷ୍ଣ ଦଣ୍ଡସେନା , ଜିଲ୍ଲା ପରିଷଦ ସଭ୍ୟ ସୁଶାନ୍ତ ଗଡ଼ତିଆ ସମେତ ଅନ୍ୟାନ୍ୟ ଜନପ୍ରତିନିଧି ଓ ବ୍ଲକ ପ୍ରଶାସନର କର୍ମଚାରୀମାନେ ଉପସ୍ଥିତ ଥିଲେ। ଜନସେବାକୁ ସଂକଳ୍ପ ଏବଂ ଜନସାଧାରଣଙ୍କ କଲ୍ୟାଣକୁ ପ୍ରାଥମିକତା ଦେଇ ସମାଜର ଅସହାୟ, ବୃଦ୍ଧବୃଦ୍ଧା ଓ ଯୋଗ୍ୟ ବର୍ଗଙ୍କ ନିକଟରେ ସରକାରୀ ଯୋଜନାର ସୁଫଳ ପହଞ୍ଚାଇବା ଉପରେ ଏହି କାର୍ଯ୍ୟକ୍ରମ ଗୁରୁତ୍ୱାରୋପ କରିଥିଲା
