November 18, 2026

ଅକ୍ୱାନ ବାତ୍ୟା ଓ ସମ୍ଭାବ୍ୟ ପ୍ରବଳ ବର୍ଷାର ମୁକାବିଲା ପାଇଁ ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ, ଆଶ୍ରୟସ୍ଥଳୀ ପ୍ରସ୍ତୁତି ଓ ଜନସଚେତନତା ଉପରେ ଗୁରୁତ୍ୱ ଜନସାଧାରଣଙ୍କ ବ୍ୟତୀତ ଗୃହପାଳିତ ପଶୁଙ୍କ ସୁରକ୍ଷାକୁ ମଧ୍ୟ ସର୍ବାଧିକ ପ୍ରାଥମିକତା ଦେବାକୁ ଗୁରୁତ୍ବ ….

IMG-20261118-WA0118
Share

ଗଜପତି: ଗଜପତି ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାର ମୁକାବିଲା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନିଲ ଅଗ୍ରୱାଲ’ଙ୍କ ଦ୍ୱାରା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ସାମ୍ବାଦିକ ସମ୍ମିଳନୀ ଜରିଆରେ ଗଣମାଧ୍ଯମ ପ୍ରତିନିଧିଙ୍କୁ କହିଛନ୍ତି ଯେ, ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଥିବା ବାତ୍ୟାକୁ ନେଇ ଅବଗତ କରାଇଥିଲେ। ଜିଲ୍ଲା ନୋଡାଲ ଅଧିକାରୀ ତଥା ଅତିରିକ୍ତ ସ୍ଵତନ୍ତ୍ର ରିଲିଫ୍ କମିଶନର ଶ୍ରୀ ପବନ କୁମାର, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭଗତ ସାମଲ କଲ୍ୟାଣ ରାଓ ଓ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀ ବିନାୟକ ରାଉଳ ପ୍ରମୁଖ ଉପସ୍ଥିତ ଥିଲେ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା କାଲି ୧୯,୨୦ ଓ ୨୧ ତାରିଖରେ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସମ୍ଭାବ୍ୟ ବାତ୍ୟାର ଗତିପଥ ଓ ପ୍ରଭାବ, ଝଡ଼ତୋଫାନ, ଭୂସ୍ଖଳନ ପ୍ରବଣ ଅଞ୍ଚଳର ସ୍ଥିତି, ଜଳ ନିଷ୍କାସନ ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ସହ ଜରୁରୀକାଳୀନ ସେବାର ପ୍ରସ୍ତୁତି ସମ୍ପର୍କରେ ବୈଠକରେ ବିସ୍ତୃତ ସମୀକ୍ଷା କରାଯାଇଥିଲା। ସେହିପରି ଜିଲ୍ଲାର ସମସ୍ତ ବ୍ଳକ୍ ରେ ଜିଲ୍ଲାର ବରିଷ୍ଠ ଅଧିକାରୀଙ୍କୁ ନୋଡାଲ ଅଫିସର ଭାବରେ ଦାୟିତ୍ବ ଦିଆଯାଇଅଛି। ଜିଲ୍ଲା, ବ୍ଲକ୍ ଓ ତହସିଲ ସ୍ତରରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ରଖିବା ସହ ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟାଳୟ ନ ଛାଡ଼ିବାକୁ ଜିଲ୍ଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଅଛି। ଆବଶ୍ୟକ ସ୍ଥଳେ ଜିଲ୍ଲାରେ ୧୮ ଗୋଟି ଏନ୍‌ଡିଆର୍‌ଏଫ୍‌, ଓଡ଼ିଆରଏଫ୍ ଓ ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରଖାଯାଇଛି। ଜିଲ୍ଲାର ସାତଟି ବ୍ଲକ୍‌ରେ ଥିବା ୫୧୮ ଗୋଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ଗୁଡ଼ିକରେ ୨୪ ଘଣ୍ଟିଆ ବିଦ୍ୟୁତ୍‌ ଓ ଜେନେରେଟର ବ୍ୟବସ୍ଥା, ପାନୀୟ ଜଳ ଏବଂ ଅନ୍ୟାନ୍ୟ ମୌଳିକ ସୁବିଧା ସୁନିଶ୍ଚିତ କରିବାକୁ ସମସ୍ତ ବିଡିଓ ଓ ତହସିଲଦାର ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଭୂସ୍ଖଳନ ପ୍ରବଣ ଅଞ୍ଚଳ, ପାହାଡ଼ ତଳେ ରହୁଥିବା ପରିବାର, ତଳିଆ ଅଞ୍ଚଳ ଏବଂ ଦୁର୍ବଳ କିମ୍ବା କଚ୍ଚା ଘରେ ବସବାସ କରୁଥିବା ଲୋକଙ୍କୁ ଆବଶ୍ୟକ ସ୍ଥଳେ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ସହ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀ ଗୁଡ଼ିକରେ ରନ୍ଧା ଖାଦ୍ୟ, ପାନୀୟ ଜଳ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରଖିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ସେହିପରି ଜିଲ୍ଲାର ୨୧୦ ଜଣ ଗର୍ଭବତୀ ମହିଳାଙ୍କୁ ଆବଶ୍ୟକତା ଅନୁଯାୟୀ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ର କିମ୍ବା ମା’ ଗୃହକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଚୁଡ଼ା, ଗୁଡ଼, ଚିନି, ମହମବତୀ, ଔଷଧ ଓ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ ଯଥେଷ୍ଟ ପରିମାଣରେ ଗଚ୍ଛିତ ଥିବା ସୂଚନା ଦେଇଛନ୍ତି। ସେହିପରି ବଜାରରେ ଆଳୁ ଓ ପିଆଜ ଯଥେଷ୍ଟ ମାତ୍ରାରେ ଉପଲବ୍ଧ ରହିଛି । ବିପର୍ଯ୍ୟୟର ମୁକାବିଲା ପାଇଁ ସମସ୍ତ ବିଭାଗୀୟ ଅଧିକାରୀ ଏକ ଟିମ୍‌ ଭାବେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ସେହିପରି ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ନିମନ୍ତେ ଆସନ୍ତା ତା.୧୯ ରିଖ ଠାରୁ ୨୧ରିଖ ନଭେମ୍ୱର ପର୍ଯ୍ୟନ୍ତ ଗଜପତି ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରହିବ। ପ୍ରବଳ ବର୍ଷା ସମୟରେ ଜନସାଧାରଣ ଅନାବଶ୍ୟକ ଭାବେ ଘରୁ ବାହାରକୁ ନଯିବା ଏବଂ ନଦୀ, ନାଳ ଓ ଅନ୍ୟାନ୍ୟ ଜଳାଶୟ ନିକଟକୁ ନଯିବା ପାଇଁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଥିଲା। ଏଥିସହ ବ୍ଲକ୍‌, ଗ୍ରାମପଞ୍ଚାୟତ ଓ ଗ୍ରାମ ସ୍ତରରେ ବ୍ୟାପକ ଜନସଚେତନତା ସୃଷ୍ଟି କରିବାକୁ ସମ୍ପୃକ୍ତ ଅଧିକାରୀ ମାନଙ୍କୁ କୁହାଯାଇଥିଲା। କୌଣସି ବ୍ୟକ୍ତିଙ୍କ ଧନ, ଜୀବନ ଓ ସମ୍ପତ୍ତିର କୌଣସି କ୍ଷତି ଯେଭଳି ନ ହୁଏ। ସମସ୍ତ ପ୍ରକାରର ସୁରକ୍ଷା ବ୍ୟବସ୍ଥା ପ୍ରତି ଧ୍ୟାନ ଦିଅନ୍ତୁ ଏବଂ କୌଣସି ଅଘଟଣ ଘଟିବାର ଆଶଙ୍କା ଥିଲେ ତୁରନ୍ତ ଉପଯୁକ୍ତ ଜିଲ୍ଲା ପ୍ରଶାସନର ସହାୟତା ନିଅନ୍ତୁ। ଜନସାଧାରଣଙ୍କ ସମେତ ଗୃହପାଳିତ ପଶୁ ମାନଙ୍କ ସୁରକ୍ଷାକୁ ମଧ୍ୟ ସର୍ବାଧିକ ପ୍ରାଥମିକତା ଦିଆଯାଇଛି ।—————————————- ଗଣେଶ କୁମାର ରାଜୁପାରଳାଖେମୁଣ୍ଡି(ଗଜପତି)——————————————