July 28, 2026

ବାଣପୁରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

IMG-20260719-WA0062
Share

 

 

 

 

ଖୋର୍ଦ୍ଧା-(ପ୍ରିୟଙ୍କା ମହାପାତ୍ର)ଖୋର୍ଦ୍ଧା ଜିଲ୍ଲାର ବାଣପୁର ବ୍ଲକରେ ଆଜି ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା ଯୋଗଦେଇ ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ପାଇଁ ସରକାରଙ୍କ ବିଭିନ୍ନ କଲ୍ୟାଣମୂଳକ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲେ।

ସେ ବ୍ଲକର ଯୋଗ୍ୟହିତାଧିକାରୀମାନେ କିପରି ଭିନ୍ନକ୍ଷମ ତାଲିକାରେ ସାମିଲ ହୋଇ ସରକାରୀ ଯୋଜନାର ସୁବିଧା ପାଇପାରିବେ, ସେନେଇ ପ୍ରଶାସନକୁ ସହଯୋଗ କରିବା ସହ ଉପସ୍ଥିତ ଲୋକଙ୍କୁ ଆବଶ୍ୟକ ପରାମର୍ଶ ମଧ୍ୟ ପ୍ରଦାନ କରିଥିଲେ।ଏହି ଶିବିର ମାଧ୍ୟମରେ ଯୋଗ୍ୟ ଭିନ୍ନକ୍ଷମ ବ୍ୟକ୍ତିମାନଙ୍କୁ ସରକାରୀ ଯୋଜନାରେ ଅନ୍ତର୍ଭୁକ୍ତ କରି ସେମାନଙ୍କ ଜୀବନମାନର ଉନ୍ନତି ଦିଗରେ ପଦକ୍ଷେପ ଗ୍ରହଣ କରାଯାଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।