September 26, 2026

ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ମାଇଁ ଭାରତ ସଚେତନତା କାର୍ଯ୍ୟକ୍ରମ 

IMG-20260926-WA0046
Share

 

ସମ୍ବଲପୁର, ୨୬.୦୯:ଯୁଯୋମୁରା ବ୍ଲକ ମହୁଲପାଲି ସ୍ଥିତ ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ପକ୍ଷରୁ ମାଇଁ ଭାରତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଗିରିଶ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ । ଏହି ଅବସରରେ ସ୍ଵେଚ୍ଛାସେବୀ ମାନଙ୍କୁ ମାଇଁ ଭାରତ ପୋର୍ଟାଲ୍ ରେ ପଞ୍ଜିକରଣ କରାଯାଇ ବିକଶିତ ଭାରତ ଯୁବ ନେତୃତ୍ୱ ବାକ୍ୟ -କୁଇଜ୍ ପ୍ରତିଯୋଗିତାରେ ଅଂଶ ଗ୍ରହଣ ପାଇଁ ତାଲିମ ପ୍ରଦାନ କରାଯାଇଥିଲା।ଉକ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ଏନ୍ ଏସ୍ ଏସ୍ କାର୍ଯ୍ୟକ୍ରମ ଅଧିକାରୀ ଶାନ୍ତନୁ ପଧାନ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମ ରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ କୁଇଜ୍ ପ୍ରତିଯୋଗିତାରେ ଅଂଶଗ୍ରହଣ କାରବାକୁ ଉତ୍ସାହିତ କରିଥିଲେ ।