November 27, 2026

ପିପୁଲ୍ସ କଲେଜରେ ଜାତୀୟ ସମ୍ବିଧାନ ଦିବସ ପାଳିତ

IMG-20261126-WA0167
Share

ବୁଗୁଡ଼ା : ତା ୨୬/୧୧/୨୬ : ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ସ୍ବପରିସରରେ ଜାତୀୟ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । କଲେଜ ଉପାଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ବିଭାଗୀୟ ମୁଖ୍ୟ ଅଧ୍ଯାପକ ଅକ୍ଷୟ କୁମାର ସାହୁ. ଅଧ୍ଯାପକ ଲୋକନାଥ ବେହେରା ଓ ପବିତ୍ର ଖଣ୍ଡୁଆଳ ପ୍ରମୁଖ ମଞ୍ଚାସୀନ ରହି ସମ୍ବିଧାନର ପ୍ରସ୍ତାବନା ଉପରେ ଆଲୋକପାତ କରିବା ସହ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାନେ ସମ୍ବିଧାନର ମହତ୍ତ୍ୱ, ଗଣତାନ୍ତ୍ରିକ ମୂଲ୍ୟବୋଧ, ନାଗରିକଙ୍କ ଅଧିକାର ଓ କର୍ତ୍ତବ୍ୟ ସମ୍ପର୍କରେ ନିଜ ନିଜର ଅଭିଭାଷଣ ରଖିଥିଲେ। ଏଥି ସହ ସମ୍ବିଧାନ ସମ୍ପର୍କିତ କୁଇଜ୍ ଓ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଥିଲା। ପରିଶେଷରେ ସେମିନାର ସମ୍ପାଦିକା ଗୀତାଞ୍ଜଳି ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ