October 1, 2026

ମାଲକାନଗିରିରେ ୧୫୭ତମ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ଜିଲ୍ଲାସ୍ତରୀୟ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ

IMG-20260930-WA0006
Share

 

 

*ମାଲକାନଗିରି,

 

୧୫୭ତମ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ମାଲକାନଗିରି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମାଲକାନଗିରି ପରିସରରେ ଏକ ଜିଲ୍ଲାସ୍ତରୀୟ ହାଇସ୍କୁଲ ପର୍ୟ୍ୟାୟ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।

ଏହି ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ମୋଟ ୫୦ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ନିଜ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।

ଏଥିରେ ବିଚାରକ ଭାବେ ଅଧ୍ୟାପକ କୃଷ୍ଣ ଚନ୍ଦ୍ର ସେଠୀ, ସରୋଜ ପଟ୍ଟନାୟକ ଏବଂ ଅବସରପ୍ରାପ୍ତ ଶିକ୍ଷକ ଶିବ ପ୍ରସାଦ କୀର୍ତ୍ତନୀୟା ଯୋଗଦେଇ କୃତୀ ପ୍ରତିଯୋଗୀମାନଙ୍କର ମୂଲ୍ୟାୟନ କରିଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରୋଜେକ୍ସନିଷ୍ଟ ରଞ୍ଜନ ମହାନ୍ତି ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମକୁ ସୁଚାରୁରୂପେ ସଂଚାଳନ ଓ ସଂଯୋଜନା କରିଥିଲେ।

ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀ ଅବସରରେ ଡିପିଇପି କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟ ଜିଲ୍ଲାସ୍ତରୀୟ ସମାରୋହରେ ଏହି ପ୍ରତିଯୋଗିତାର ସମସ୍ତ କୃତୀ ପ୍ରତିଯୋଗୀମାନଙ୍କୁ ଆନୁଷ୍ଠାନିକ ଭାବେ ପୁରସ୍କୃତ ଓ ସମ୍ବର୍ଦ୍ଧିତ କରାଯିବ।