ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ଦିବସ ପାଳିତବରଗଡ,ତା ..
୧୪/୧୧(ସୁରେନ୍ଦ୍ର କଠାର)ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ପ୍ରଧାନ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ “ଶିଶୁ ଦିବସ” ପାଳିତ ହୋଇଯାଇଅଛି। ଏ ଅବସରରେ ସମାଜ ସେବୀ ଶ୍ରୀଯୁକ୍ତ ସକ୍ରାଜିତ ମେହେର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦୀପ ପ୍ରଜ୍ବଳନ ପୂର୍ବକ ସମସ୍ତଙ୍କର ଶୁଭକାମନା କରିଥିଲେ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ମକୁନ୍ଦ ମହାରଣା ସ୍ବାଗତ ଭାଷଣ ତଥା ଅତିଥି ଅଧିକାରୀଙ୍କର ପରିଚୟ ପ୍ରଦାନ କରି ଆଜିର ଶିଶୁ ଆସନ୍ତାକାଲିର ସୁନାଗରିକ ବିଷୟରେ ଶିଶୁ ମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ। ବିଦ୍ୟାଳୟର ଗୁରୁମା ସୁଶ୍ରୀ ରଶ୍ମିତା ବାରିକ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ଶିଶୁ ଦିବସ ବିଷୟରେ ଓ ନେହେରୁଙ୍କ ଜୀବନୀ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ।ଗୁରୁମା ସୁଶ୍ରୀ ଜୀତା ରଣା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଶିଶୁ ଭଉଣୀ ମାନେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ।ଶିଶୁ ମାନେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିଲେ।ପରିଶେଷରେ ଶ୍ରୀମତୀ ଭାର୍ଗବୀ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ ଗୁରୁମା ଗୁରୁଜୀ ସହଯୋଗ କରିଥିଲେ।

