November 14, 2026

ଜନତା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆନନ୍ଦ ଉଲ୍ଲାସର ସହ ପାଳିତ ହେଲା ଶିଶୁ ଦିବସ

IMG-20261114-WA0082
Share

ଖୋର୍ଦ୍ଧା:(ପ୍ରିୟଙ୍କା ମହାପାତ୍ର) ଜନତା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁହୁଡ଼ି ପରିସରରେ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମଦିବସ ଅବସରରେ ଶିଶୁ ଦିବସ ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଯାଇଛି।ଯୁବ ରେଡକ୍ରସ କାଉନସେଲର ଜିତେନ୍ଦ୍ର କୁମାର ବସ୍ତିଙ୍କ ତତ୍ତ୍ୱାବଧାନରେ ଆୟୋଜିତ ସଭାରେ ବିଦ୍ୟାଳୟ ଅଧ୍ୟକ୍ଷା ବନଶ୍ରୀ ରାଉତରାୟ ଯୋଗଦେଇ ଶିଶୁ ଦିବସର ମହତ୍ତ୍ୱ ଓ ଶିଶୁମାନଙ୍କ ଭବିଷ୍ୟତ ଗଠନ ସମ୍ପର୍କରେ ଉଦବୋଧନ ଦେଇଥିଲେ। ପ୍ରାରମ୍ଭରେ ନେହେରୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା।ଏହି ଅବସରରେ ଶିକ୍ଷକ ମନୋଜ କୁମାର ସାମନ୍ତରାୟ, ସୁବ୍ରତ ସାମନ୍ତରାୟ ଏବଂ ଶିକ୍ଷୟିତ୍ରୀ ଜୟଶ୍ରୀ ଦାସ, ସସ୍ମିତା ନାୟକ, ଶୁଭଲକ୍ଷ୍ମୀ ରାୟଗୁରୁ, ରଞ୍ଜିତା ସାମନ୍ତସିଂହାରଙ୍କ ସମେତ ବିଦ୍ୟାଳୟର ଅନ୍ୟ ଶିକ୍ଷକ ଓ କର୍ମଚାରୀ ଉପସ୍ଥିତ ଥିଲେ।ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ସୃଜନଶୀଳ ଓ ମନୋରଞ୍ଜନଧର୍ମୀ ପ୍ରତିଯୋଗିତା ହୋଇଥିଲା। କୃତୀ ପ୍ରତିଯୋଗୀଙ୍କୁ ଟ୍ରଫି ପ୍ରଦାନ କରି ପୁରସ୍କୃତ କରାଯିବା ସହ ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଥିଲା।ଶିଶୁମାନଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ ଓ ଆତ୍ମବିଶ୍ୱାସ ବୃଦ୍ଧିର ବାର୍ତ୍ତା ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମ ଉତ୍ସାହପୂର୍ଣ୍ଣ ପରିବେଶରେ ସମ୍ପନ୍ନ ହୋଇଥିଲା।