September 16, 2026

କିଶୋରନଗରରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି: ୭୫ ଅଭିଯୋଗ ଗ୍ରହଣ, ୪ଟିର ତୁରନ୍ତ ସମାଧାନ

IMG-20260713-WA0056
Share

 

 

କିଶୋରନଗରରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି: ୭୫ ଅଭିଯୋଗ ଗ୍ରହଣ, ୪ଟିର ତୁରନ୍ତ ସମାଧାନ

ଅନୁଗୋଳ: ଅନୁଗୋଳ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ଏବଂ ଜିଲ୍ଲାସ୍ତରୀୟ ବିଭିନ୍ନ ସରକାରୀ ଅଧିକାରୀଙ୍କ ଉପସ୍ଥିତିରେ କିଶୋରନଗର ବ୍ଲକ ମୁଖ୍ୟାଳୟଠାରେ ଜିଲ୍ଲାସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏହି ଶୁଣାଣିରେ ମୋଟ ୭୫ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥିମଧ୍ୟରୁ ୪ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଅବଶିଷ୍ଟ ଅଭିଯୋଗଗୁଡ଼ିକର ଶୀଘ୍ର ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦିଆଯାଇଥିଲା।

ଏହି ଅବସରରେ ଦୁଇଜଣ ଅଭାବୀ ଓ ଦୁଃଖୀ ବ୍ୟକ୍ତିଙ୍କୁ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ମୋଟ ୧୨,୫୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।

You may have missed