October 2, 2026

ଚିଖିଲିରେ ବନ୍ୟା ସ୍ଥିତି ପରଖିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

IMG-20261001-WA0085
Share

 

 

 

ବରଗଡ,ତା ୧/୧୦ (ସୁରେନ୍ଦ୍ର କଠାର)

 

: ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭଟଲି ବିଧାନସଭା ନିର୍ବାଚନମଣ୍ଡଳୀର ଚିଖିଲି ଗ୍ରାମରେ ବନ୍ୟା ପରିସ୍ଥିତି ଗୁରୁବାର ଅନୁଧ୍ୟାନ କରିଛନ୍ତି ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀଙ୍କ ଏହି ଗସ୍ତକୁ ନେଇ ବନ୍ୟା ପ୍ରଭାବିତ ଅଞ୍ଚଳବାସୀଙ୍କ ମଧ୍ୟରେ ଆଶା ସଞ୍ଚାର ହୋଇଛି।

ମନ୍ତ୍ରୀ ଶ୍ରୀ ପୂଜାରୀ ଚିଖିଲିର ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବା ସହ ବନ୍ୟା ଯୋଗୁଁ ସୃଷ୍ଟି ହୋଇଥିବା ସମସ୍ୟା ସମ୍ପର୍କରେ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ। ବନ୍ୟାରେ ଲୋକଙ୍କ ଜୀବନଯାପନ, ଯାତାୟାତ ଓ ଅନ୍ୟାନ୍ୟ ସମସ୍ୟା ସମ୍ପର୍କରେ ସେ ଅବଗତ ହୋଇଥିଲେ।

ଏହି ଅବସରରେ ବରଗଡ଼ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ, ଭଟଲି ବିଧାୟକ ଶ୍ରୀ ଇରାଶିଷ ଆଚାର୍ଯ୍ୟ, ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋୟଲ, ଉପଜିଲ୍ଲାପାଳଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ। ଅଧିକାରୀମାନଙ୍କଠାରୁ ବନ୍ୟାର ବର୍ତ୍ତମାନ ସ୍ଥିତି, ପ୍ରଭାବିତ ଅଞ୍ଚଳ ଓ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ମନ୍ତ୍ରୀ ସୂଚନା ନେଇଥିଲେ।ବନ୍ୟା ବିପନ୍ନଙ୍କ ସୁରକ୍ଷାକୁ ପ୍ରାଥମିକତା ଦେବା ସହ ଆବଶ୍ୟକ ସମୟରେ ରିଲିଫ୍, ଖାଦ୍ୟ, ପାନୀୟ ଜଳ ଓ ଅନ୍ୟାନ୍ୟ ଜରୁରୀ ସହାୟତା ଯୋଗାଇଦେବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏଥିସହ ବନ୍ୟା ପରେ ହୋଇଥିବା କ୍ଷୟକ୍ଷତିର ଆକଳନ କରି ପ୍ରଭାବିତ ଲୋକଙ୍କୁ ନିୟମାନୁସାରେ ସହାୟତା ଯୋଗାଇଦେବା ନେଇ ମଧ୍ୟ ଆଲୋଚନା ହୋଇଥିଲା।ବନ୍ୟା ବିପର୍ଯ୍ୟୟ ସମୟରେ ପ୍ରଶାସନ ଓ ଜନପ୍ରତିନିଧିଙ୍କ ଏହି ମିଳିତ ଅନୁଧ୍ୟାନ ଦ୍ୱାରା ପ୍ରଭାବିତ ଅଞ୍ଚଳରେ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ଅଧିକ ତ୍ୱରାନ୍ୱିତ ହେବ ବୋଲି ସ୍ଥାନୀୟ ଲୋକେ ଆଶା ପ୍ରକାଶ କରିଛନ୍ତି।

You may have missed