October 6, 2026

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ..

IMG-20261005-WA0056
Share

 

ପାରଳାଖେମଣ୍ଡି,

 

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନିଦ୍ର ହୋନନାଗା , ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭାଗବତ ସାମଲ କଲ୍ୟାଣ ରାଓ,ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ- ୭୮ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୬୮ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୧୦ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

You may have missed